cyclone montha : ବାତ୍ୟା ‘ମୋନ୍ଥା’ ଏଇଠି ଲ୍ୟାଣ୍ଡଫଲ କରିବ

Reporterspen

cyclone montha: ଭୁବନେଶ୍ୱର (ରିପୋର୍ଟର୍ସ ପେନ୍‌) : ଭୀଷଣ ବାତ୍ୟା ‘ମୋନ୍ଥା’କୁ ନେଇ ପାଣିପାଗ ବିଭାଗ ବଡ ଅପଡେଟ୍ ଦେଇଛି । ବିଭାଗ ପକ୍ଷରୁ କୁହାଯାଇଛି, ବାତ୍ୟା ‘ମୋନ୍ଥା’ ଆନ୍ଧ୍ର ମଚ୍ଛଲିପଟ୍ଟନମ୍‌-କଳିଙ୍ଗପଟନମ୍ ଭିତରେ ସ୍ଥଳ ଭାଗ ଛୁଇଁବ । ୨୮ ତାରିଖ ସଂଧ୍ୟାରୁ ରାତି ଭିତରେ ଲ୍ୟାଣ୍ଡଫଲ୍ କରିବା ସମ୍ଭାବନା ରହିଛି । ଆନ୍ଧ୍ରପ୍ରଦେଶର କାକିନାଡା ନିକଟରେ ସ୍ଥଳଭାଗ ଛୁଇଁପାରେ । ଲ୍ୟାଣ୍ଡଫଲ୍ ବେଳେ ସର୍ବାଧିକ ୧୧୦ କିମି ବେଗରେ ପବନବହିବ ।

ସେପଟେ ବାତ୍ୟା ପ୍ରଭାବରେ ଓଡିଶାରେ ଅତିପ୍ରବଳ ବର୍ଷା ହେବ । ଆଞ୍ଚଳିକ ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ, ଆନ୍ଧ୍ର ଉପରେ ବାତ୍ୟାର ପ୍ରଭାବ ଅଧିକ ରହିବ । କିନ୍ତୁ ଓଡିଶାରେ ପ୍ରଭାବରେ ପ୍ରବଳ ବର୍ଷା ହେବ । ଆଜିଠୁ ପାଗ ବଦଳୁଥିବା ବେଳେ ୨୭ରୁ ୨୯ ତାରିଖ, ତିନି ଦିନ ଯାଏଁ ଉପକୂଳ ଓ ଦକ୍ଷିଣ ଓଡିଶାରେ ପ୍ରବଳ କାଚିବ ।
୨୭ରେ କେନ୍ଦ୍ରାପଡା, ଜଗତସିଂହପୁର, କଟକ, ଖୋର୍ଦ୍ଧାରେ ପ୍ରବଳ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଦିଆଯାଇଥିବା ବେଳେ ପୁରୀ, ନୟାଗଡ, ଗଞ୍ଜାମ, ଗଜପତି, ରାୟଗଡା, କୋରାପୁଟ, ମାଲକାନଗିରିକୁ ବି ଦିଆଯାଇଛି ସମାନ ଚେତାବନୀ । ସେହିପରି ୨୮ରେ କଟକ, କେନ୍ଦ୍ରାପଡା, ଜଗତସିଂହପୁର, କଟକ, ଖୋର୍ଦ୍ଧା, ପୁରୀ, ଗଞ୍ଜାମରେ ପ୍ରବଳ ବର୍ଷା ନେଇ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବାବେଳେ ୨୯ରେ ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକକୁ ବି ଅରେଞ୍ଜ ୱାର୍ଣ୍ଣିଂ ଦିଆଯାଇଛି ।

ଏହି ସମୟରେ କେତେକ ସ୍ଥାନରେ ପ୍ରବଳ ବର୍ଷା ସାଙ୍ଗକୁ ବଜ୍ରପାତର ଚେତାବନୀ ଦିଆଯାଇଛି । ଝଡତୋଫୋନ ସହ ଏହି ସମୟରେ ୬୦ରୁ ୭୦ କିଲୋମିଟର ବେଗରେ ପବନ ମଧ୍ୟ ବହିବ । ୩୦ ତାରିଖରୁ ପାଗରେ ପରିବର୍ତ୍ତନ ଆସିବ । ସେପଟେ କାଲିଠୁ ସମୁଦ୍ରକୁ ମତ୍ସ୍ୟଜୀବୀଙ୍କୁ ସମ୍ପୂର୍ଣ୍ଣ ବାରଣ କରାଯାଇଛି ।


Reporterspen