ଶପଥ ନେଲେ ବିଧାୟକ ଜୟ ଢୋଲକିଆ

Reporterspen

ଭୁବନେଶ୍ୱର (ରିପୋର୍ଟର୍ସ ପେନ୍‌): ନବ ନିର୍ବାଚିତ ବିଧାୟକ ଜୟ ଢୋଲକିଆ ଗୁରୁବାର ଶପଥ ଗୟହଣ କରିଛନ୍ତି । ନୂଆପଡ଼ା ଉପ ନିର୍ବାଚନରେ ବିଜୟୀ ହୋଇଥିବା ବିଜେପି ପ୍ରାର୍ଥୀ ଜୟ ଢୋଲକିଆ ଆଜି ବିଧାୟକ ଭାବେ ଶପଥ ଗ୍ରହଣ କରିଛନ୍ତି । ବିଧାନସଭାରେ ବାଚସ୍ପତି ସୁରମା ପାଢ଼ୀ ଜୟଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି । ଶୀତକାଳୀନ ଅଧିବେଶନରେ ଯୋଗଦେବା ପୂର୍ବରୁ ଜୟ ଢୋଲକିଆ ଶପଥ ନେଇଛନ୍ତି । ଜୟଙ୍କ ଶପଥ ଗ୍ରହଣରେ ତାଙ୍କ ପରିବାର ସାମିଲ ହୋଇଥିଲେ ।

ସୂଚନା ଥାଉ କି, ନୂଆପଡା ଉପନିର୍ବାଚନରେ ବିଜେପି ପାର୍ଥୀ ଜୟ ଢୋଲକିଆ ବିପୁଳ ଭୋଟରେ ଜୟଯୁକ୍ତ ହୋଇଛନ୍ତି । ବର୍ତ୍ତମାନ ସେ ବିଧାୟକ ଭାବେ ବିଧାନସଭାରେ ଶପଥ ନେଇଛନ୍ତି । ବାଚସ୍ପତି ସୁରମା ପାଢ଼ୀ ତାଙ୍କୁ ଶପଥ ପାଠ କରାଇଛନ୍ତି । ମା’ ଓ ସ୍ତ୍ରୀଙ୍କ ସହ ଆସି ନୂଆ ବିଧାୟକ ଭାବେ ଶପଥ ନେଇଛନ୍ତି ।

ବ୍ୟବସାୟୀରୁ ବିଧାୟକ ହୋଇଛନ୍ତି, ୩୨ ବର୍ଷୀୟ ଜୟ ଢୋଲକିଆ । ଜୟ ଢୋଲକିଆ ହେଉଛନ୍ତି ସ୍ୱର୍ଗତ ବିଜେଡି ନେତା ରାଜେନ୍ଦ୍ର ଢୋଲକିଆଙ୍କ ପୁତ୍ର । ବାପା ରାଜେନ୍ଦ୍ର ଢୋଲକିଆ ୪ ଥର ବିଧାୟକ ଥିବାବେଳେ ବିଜେଡି ସରକାରରେ ମନ୍ତ୍ରୀ ମଧ୍ୟ ଥିଲେ । କିନ୍ତୁ ରାଜନୀତିଠୁ ଦୂରେଇ ରହି ବ୍ୟବସାୟ କରୁଥିଲେ ଜୟ । ବାପା ରାଜେନ୍ଦ୍ର ଢୋଲକିଆଙ୍କ ମୃତ୍ୟୁ ପରେ ରାଜନୀତିରେ ପାଦ ଥାପିଛନ୍ତି ଜୟ ଢୋଲକିଆ । ଗତ ଅକ୍ଟୋବର ୧୧ରେ ବିଜେପିରେ ସାମିଲ ହୋଇଥିଲେ । ଏହାପରେ ବିଜେପି ଟିକେଟ ପାଇ ନିର୍ବାଚନ ମଇଦାନକୁ ଓହ୍ଲାଇଥିଲେ ଜୟ ଢୋଲକିଆ ।

ଜଣେ ସାଧାରଣ ବିଧାୟକ ଭାବେ ଜୟଙ୍କୁ ମାସିକ ଦରମାରେ ତାଙ୍କ ବେତନ ସହ ଅନ୍ୟାନ୍ୟ ଆନୁଷାଙ୍ଗିକ ଭତ୍ତା ମିଳିବ । ଓଡ଼ିଶାରେ ବିଧାୟକଙ୍କ ମୂଳ ଦରମା ୩୫,୦୦୦ ଟଙ୍କା ରହିଛି । ତେବେ ଅନ୍ୟାନ୍ୟ ଭତ୍ତା ବାବଦକୁ ମାସକୁ ଆହୁରି ଅତିରିକ୍ତ ୬୫,୦୦୦ ଟଙ୍କା ସହାୟତା ରାଶି ମିଳିଥାଏ ।

ଏହା ବ୍ୟତୀତ ବିଧାନସଭା ସେସନ ସମୟରେ ବିଧାୟକଙ୍କୁ ପ୍ରତିଦିନ ୧୫୦୦ ଟଙ୍କା ଡେଲି ଆଲାଉନ୍ସ ମିଳିଥାଏ । ଏହାଛଡା ବିଧାୟକଙ୍କ ପାଇଁ ରାଜ୍ୟ ଭିତରେ ଯାତ୍ରା ଖର୍ଚ୍ଚ ଓ ମେଡିକାଲ ସୁବିଧା ମଧ୍ୟ ଉପଲବ୍ଧ ରହିଛି । ପ୍ରତି ବିଧାୟକଙ୍କୁ ପ୍ରତିବର୍ଷ ୩ କୋଟି ଟଙ୍କାର ଏମଏଲଏ ଲୋକାଲ ଏରିଆ ଡେଭଲପମେଣ୍ଟ ପାଣ୍ଠି ମିଳିଥାଏ । ଏହି ପାଣ୍ଠିକୁ ବିଧାୟକମାନେ ନିଜ ନିର୍ବାଚନମଣ୍ଡଳୀର ଉନ୍ନତୀମୂଳକ କାର୍ଯ୍ୟରେ ବିନିଯୋଗ କରିଥାନ୍ତି । ଏହାଛଡା ପୂର୍ବତନ ବିଧାୟକମାନଙ୍କୁ ମାସିକ ୩୫,୦୦୦ ଟଙ୍କା ପେନସନ ମଧ୍ୟ ପ୍ରଦାନ କରାଯାଇଥାଏ ।


Reporterspen