କ୍ୟାବିନେଟ୍ ବୈଠକ : ୬ ଟି ବିଭାଗର ୮ ଟି ପ୍ରସ୍ତାବକୁ ଅନୁମୋଦନ

Reporterspen

ଭୁବନେଶ୍ୱର, (ରିପୋଟର୍ସ ପେନ୍‌) :ଆଜି ରାଜ୍ୟ ମନ୍ତ୍ରୀମଣ୍ଡଳ (କ୍ୟାବିନେଟ)ର ୪୨ ତମ ବୈଠକ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନସ୍ଥିତ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି l ବୈଠକ ପରେ ମୁଖ୍ୟ ଶାସନ ସଚିବ ଶ୍ରମତୀ ଅନୁ ଗର୍ଗ, କ୍ୟାବିନେଟ ବୈଠକରେ ନିଆଯାଇଥିବା ନିଷ୍ପତ୍ତି ସମ୍ପର୍କରେ ଗଣମାଧ୍ୟମକୁ ସୂଚନା ଦେଇଥିଲେ l ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଡଃ ଅରବିନ୍ଦ କୁମାର ପାଢ଼ୀ ଉପସ୍ଥିତ ଥିଲେ l
ବୈଠକରେ ୬ ଟି ବିଭାଗର ୮ ଟି ପ୍ରସ୍ତାବ ଆଲୋଚନା ପୂର୍ବକ ଅନୁମୋଦନ କରାଯାଇଛି l
ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ବିଭାଗର ୨ଟି, ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗର ୧ଟି, ପଂଚାୟତ ଓ ପାନୀୟ ଜଳ ବିଭାଗ ର ୧ଟି, ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ବିଭାଗର ୨ଟି, ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ର ୧ଟି, ଵିଧି ( ଆଇନ ) ବିଭାଗ ର ୧ଟି ଏହିପରି ୬ଟି ବିଭାଗ ର ମୋଟ ୮ଟି ପ୍ରସ୍ତାବ ଆଜି କ୍ୟାବିନେଟ ବୈଠକରେ ଆଲୋଚନା ପୂର୍ବକ ଅନୁମୋଦନ କରାଯାଇଛି l


Reporterspen