ଓଡିଶା ଛୁଇଁଲା ମୌସୁମୀ

Reporterspen

ଭୁବନେଶ୍ୱର, (ରିପୋଟର୍ସ ପେନ୍‌) : ଓଡିଶା ଛୁଇଁଲା ମୌସୁମୀ । ରାଜ୍ୟରେ ପ୍ରବେଶ କଲା ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ । ରଜ ପୂର୍ବରୁ ଓଡିଶାକୁ ମୌସୁମୀ ଆଗମନ ହୋଇଛି । ଏନେଇ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି । ରାଜ୍ୟରେ ଏବେ କାଳବୈଶାଖୀ ଜାରି ରହିଥିବାବେଳେ ଦିନବେଳା ପ୍ରବଳ ଗରମ ଓ ଗୁଳୁଗୁଳି ଅନୁଭୂତ ହେଉଛି । ମୌସୁମୀ ଆସିବା ପରେ ଲୋକେ ଏଥିରୁ ଟିକେ ଆଶ୍ୱସ୍ତି ପାଇବେ ବୋଲି ଆକଳନ କରାଯାଉଛି ।

ଶନିବାରଠାରୁ ତାପମାତ୍ରା ୨ରୁ ୪ ଡିଗ୍ରୀ ହ୍ରାସ ପାଇବା ନେଇ ପୂର୍ବାନୁମାନ କରାଯାଇଛି । ହେଲେ ୧୫ ତାରିଖ ପର୍ଯ୍ୟନ୍ତ କାଳବୈଶାଖୀ ହେବା ନେଇ ସୂଚନା ଦିଆଯାଇଥିବାବେଳେ ଶୁକ୍ରବାର ୧୧ ଜିଲାକୁ ଗରମ ଓ ଗୁଳୁଗୁଳି ନେଇ ୟେଲୋ ୱାର୍ଣ୍ଣି ଜାରି କରାଯାଇଛି । ଏଥିସହ ଅଧିକାଂଶ ଜିଲ୍ଲାରେ ବର୍ଷା ହେବା ନେଇ ପୂର୍ବାନୁମାନ କରାଯାଇଛି । ବିଶେଷକରି ଘଡ଼ଘଡ଼ି ବିଜୁଳି ସହ ପ୍ରବଳ ବର୍ଷା ଓ ପବନ ହେବା ନେଇ କେନ୍ଦ୍ରାପଡ଼ା, କଟକ, ମୟୂରଭଞ୍ଜ, କୋରାପୁଟ, ମାଲକାନଗିରି, ବାଲେଶ୍ୱର, ଭଦ୍ରକ, ଯାଜପୁର, ଜଗତ୍ସିଂହପୁର, କେନ୍ଦୁଝର, ଖୋର୍ଦ୍ଧା, ନୟାଗଡ ଜିଲାକୁ ଅରେଞ୍ଜ ଏବଂ ସୁନ୍ଦରଗଡ଼, ଝାରସୁଗୁଡା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୋଳ, ଢେଙ୍କାନାଳ, ସୋନପୁର, ବୌଦ୍ଧ, ନୂଆପଡ଼ା, ବଲାଙ୍ଗୀର, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର, ରାୟଗଡ଼ା, ଗଜପତି, ଗଞ୍ଜାମ ଏବଂ ପୁରୀ ଜିଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।


Reporterspen