Astrology: ବୈଦିକ ଜ୍ୟୋତିଷ ଶାସ୍ତ୍ରରେ ପ୍ରତ୍ୟକ ଗ୍ରହ ଏକ ନିର୍ଦ୍ଦିଷ୍ଟ ସମୟରେ ରାଶି ପରିବର୍ତ୍ତନ କରିଥାଆନ୍ତି। ଏହି କ୍ରମରେ ରାହୁ ଓ କେତୁଙ୍କୁ ଛାୟା ଗ୍ରହ ବୋଲି ବିବେଚନା କରାଯାଏ। କେତୁ ଆଜି ସକାଳ ୬ଟା ୪୦ ମିନିଟ୍ ସମୟରେ ସୂର୍ଯ୍ୟଙ୍କ ରାଶି ସିଂହରେ ପ୍ରବେଶ କରିଛନ୍ତି। ସିଂହରେ କେତୁଙ୍କ ଚଳନ କିଛି ରାଶି ପାଇଁ ବେଶ୍ ଶୁଭ ରହିବ। ଯଦି ଜାତକରେ କେତୁଙ୍କ ସ୍ଥିତି ମଜବୁତ୍ ଥାଏ। ତେବେ, ବ୍ୟକ୍ତି ଜୀବନରେ ସମସ୍ତ କ୍ଷେତ୍ରରେ ସଫଳତା ପ୍ରାପ୍ତ କରିଥାଏ। ତେବେ, ଆସନ୍ତୁ ଜାଣିବା କେତୁ କେଉଁ ତିନି ରାଶିଙ୍କ ଭାଗ୍ୟ ଉଜ୍ଜଳ କରିବେ।…
ମିଥୁନ : କେତୁଙ୍କ ଚଳନ ଏହି ରାଶିକୁ ମାଲାମାଲ୍ କରିବ। ପ୍ରତ୍ୟକ କାର୍ଯ୍ୟରେ ଭାଗ୍ୟ ଆପଣଙ୍କୁ ସମର୍ଥନ କରିବ। ରାଜନୈତିକ କ୍ଷେତ୍ରରେ କାର୍ଯ୍ୟରତ ଲୋକେ ଦଳ ପକ୍ଷରୁ ବଡ଼ ପଦବୀ ପାଇବେ। ବିଶେଷକରି, ବ୍ୟବସାୟୀମାନଙ୍କ ପାଇଁ ସମୟ ଅନୁକୂଳ ରହିବ। ପାର୍ଟନରସିପ୍ ରେ ଚାଲୁଥିବା ବ୍ୟବସାୟରୁ ଅପ୍ରତ୍ୟାଶିତ ଲାଭ ପାଇବେ। ଆୟର ନୂତନ ଉତ୍ସ ସୃଷ୍ଟି ହେବ। କମ୍ପିଟେଟିଭ୍ ଏକଜାମ୍ ଦେଉଥିବା ଛାତ୍ରଛାତ୍ରୀଙ୍କ ପାଇଁ ସମୟ ଖାସ୍ ରହିବ। ଭଲ ରେଜଲ୍ଟ କରିବେ। ନିଜ ପରିବାର ସହିତ ଦୂରଯାତ୍ରା କରିବା ସହିତ ଭଲ ସମୟ ଅତିବାହିତ କରିବେ। ନୂଆ ଗାଡି କିଣିବାର ସ୍ବପ୍ନ ସାକାର ହେବ। ଦାମ୍ପତ୍ୟ ଜୀବନ ସୁଖମୟ ହେବ।
ସିଂହ: କେତୁଙ୍କ ଶୁଭ ଚଳନ ଏହି ରାଶିର ବ୍ୟକ୍ତିଙ୍କୁ ଧନବାନ୍ କରାଇବ। ଚାକିରିଆ ଓ ବ୍ୟବସାୟୀମାନଙ୍କ ପାଇଁ ସମୟ ଅନୁକୂଳ ରହିବ। ଚାକିରିଆମାନେ କର୍ମକ୍ଷେତ୍ରରେ ଭଲ ଫଳ ପାଇବେ। ବରିଷ୍ଠ ଅଧିକାରୀଙ୍କ ପ୍ରିୟ ପାତ୍ର ହେବା ସହ ପଦୋନ୍ନତି ମିଳିବ। ବ୍ୟବସାୟୀମାନେ ବିଦେଶରେ ବାଣିଜ୍ୟ- ବ୍ୟବସାୟ ଆରମ୍ଭ କରିବା ପାଇଁ ଯେଉଁ ଯୋଜନା କରିଛନ୍ତି, ତାହା ଫଳବତୀ ହେବ। ବିଶେଷକରି ଏହି ଅବଧି ମଧ୍ୟରେ ଆର୍ଥିକ ସ୍ଥିତି ମଜବୁତ୍ ହେବ। ଆୟରେ ବୃଦ୍ଧି ଘଟିବ। ପ୍ରେମୀମାନଙ୍କ ପାଇଁ ସମୟ ଶୁଭ ରହିବ। ସାଥୀଙ୍କ ସହ ଭଲ ସମୟ ଅତିବାହିତ କରିବେ। ପ୍ରେମ ବିବାହରେ ଆସୁଥିବା ବିଘ୍ନ ଦୂର ହେବ। ଲଟେରୀରୁ ମାଲାମାଲ୍ ହେବେ।
ଧନୁ: କେତୁଙ୍କ କୃପାରୁ ଚମକିବ ଏହି ରାଶିର ଭାଗ୍ୟ। ସରକାରୀ ଚାକିରି ପାଇଁ ପ୍ରସ୍ତୁତ ହେଉଥିବା ଆଶାୟୀଙ୍କ ଆଶା ପୂରଣ ହେବ। ଦିର୍ଘ ଦିନ ଧରି ବ୍ୟକ୍ତିଗତ ଜୀବନରେ ଲାଗି ରହିଥିବା ସମସ୍ୟାର ଅନ୍ତ ଘଟିବ। କର୍ମକ୍ଷେତ୍ରରେ ପଦୋନ୍ନତି ମିଳିବା ସହିତ ଦରମା ବଢିବ। ଆୟରେ ବୃଦ୍ଧି ହେବ। ବ୍ୟାଙ୍କ୍ ବାଲାନ୍ସ ବଢିବ। ଯେଉଁମାନେ କୌଣସି ସଂସ୍ଥାରେ ଟଙ୍କା ବିନିଯୋଗ କରିବା ପାଇଁ ଯୋଜନା କରୁଛନ୍ତି। ସେମାନଙ୍କ ପାଇଁ ସମୟ ଭଲ ରହିବ। ଏହି ସମୟରେ ଜଣେ ବିଶେଷଜ୍ଞଙ୍କ ପରାମର୍ଶ ନେଇ ବିନିଯୋଗ କରନ୍ତୁ ଭଲ ରିଟର୍ଣ୍ଣ ପାଇବେ। ଦାମ୍ପତ୍ୟ ଜୀବନରେ ଅଧିକ ପ୍ରେମ ବଢିବ। ସ୍ତ୍ରୀଙ୍କ ପାଇଁ କୌଣସି ଦାମୀ ଉପହାର କିଣିବେ। ପରିବାର ସହିତ ଲାଗିଥିବା ବିବାଦ ଦୂର ହେବ। ପିତାମାତାଙ୍କ ସହିତ କୌଣସି ଦୂର ସ୍ଥାନକୁ ଯାତ୍ରା କରିବେ।
(Disclaimer: ଏଠାରେ ଦିଆଯାଇଥିବା ତଥ୍ୟ ଜ୍ୟୋତିଷ ଶାସ୍ତ୍ର ଉପରେ ଆଧାରିତ ଓ କେବଳ ଆପଣଙ୍କ ସୂଚନା ପାଇଁ ଦିଆଯାଇଛି। ଏହାକୁ କୌଣସି ସମାଧାନ ଭାବେ ନେବା ପୂର୍ବରୁ, ନିଶ୍ଚିତ ଭାବରେ ସମ୍ପୃକ୍ତ ବିଷୟର ଜ୍ଞାନଥିବା ଜଣେ ବିଶେଷଜ୍ଞଙ୍କ ସହିତ ପରାମର୍ଶ କରନ୍ତୁ।)