Astrology : ବୈଦିକ ଜ୍ୟୋତିଷ ଶାସ୍ତ୍ରରେ ପ୍ରତ୍ୟକ ଗ୍ରହ ଏକ ନିର୍ଦ୍ଦିଷ୍ଟ ସମୟରେ ରାଶି ପରିବର୍ତ୍ତନ କରିଥାଆନ୍ତି। ଏହି କ୍ରମରେ ନ୍ୟାୟର ଦେବତା ଶନି ବର୍ତ୍ତମାନ ମୀନ ରାଶିରେ ବିରାଜମାନ ଥିବା ବେଳେ ଅକ୍ଟୋବର ୩ ତାରିଖ ଦିନ ପୂର୍ବଭଦ୍ରାପଦ ନକ୍ଷତ୍ରକୁ ଚଳନ କରିବେ। ଶନିଙ୍କ ଏହି ଚଳନ କିଛି ରାଶି ପାଇଁ ବେଶ୍ ଲାଭଦାୟୀ ପ୍ରମାଣିତ ହେବ। ଯଦି , ଜାତକରେ ଶନିଙ୍କ ସ୍ଥିତି ମଜବୁତ୍ ଥାଏ। ତେବେ, ବ୍ୟକ୍ତି ଜୀବନରେ ଅଗ୍ରଗତି କରିବା ସହିତ ଅମାପ ଧନଧାନ୍ୟର ଅଧିକାରୀ ହୋଇଥାଏ। ତେବେ, ଆସନ୍ତୁ ଜାଣିବା କେଉଁ ରାଶିଙ୍କ ଭାଗ୍ୟ ଅକ୍ଟୋବରରେ ଚମକିବାକୁ ଯାଉଛି।…
ମିଥୁନ:-ଶନିଙ୍କ ନକ୍ଷତ୍ର ପରିବର୍ତ୍ତନ ଏହି ରାଶିକୁ ମାଲାମାଲ୍ କରାଇବ। କର୍ମକ୍ଷେତ୍ରରେ ଲାଗି ରହିଥିବା ସମସ୍ୟା ଦୂର ହେବ। ବରିଷ୍ଠ ଅଧିକାରୀଙ୍କ ପ୍ରିୟପାତ୍ର ହେବେ। ଯେଉଁମାନେ ଦିର୍ଘ ଦିନ ଧରି ଚାକିରି ବଦଳାଇବାକୁ ଚେଷ୍ଟା କରୁଛନ୍ତି। ସେମାନଙ୍କ ପାଇଁ ସମୟ ଶୁଭ ରହିବ। ଚେଷ୍ଟା ଜାରି ରଖନ୍ତୁ, ସଫଳତା ପାଇବେ। ବ୍ୟବସାୟୀଙ୍କ ପାଇଁ ମଧ୍ୟ ସମୟ ଅନୁକୂଳ ରହିବ। ଏହି ସମୟରେ ନୂଆ ବ୍ୟବସାୟ ଆରମ୍ଭ କଲେ ମୋଟା ଅଙ୍କର ଲାଭ ପାଇବେ। ବିଶେଷକରି, ଆର୍ଥିକ ସ୍ଥିତିରେ ସୁଧାର ଆସିବ। ଭାଇ-ଭଉଣୀଙ୍କ ସହ ହୋଇଥିବା ମନୋ ମାଳିନ୍ୟ ଦୂର ହେବ।ପ୍ରେମୀମାନେ ନିଜ ସାଥୀଙ୍କ ସହ କ୍ବାଲିଟି ଟାଇମ୍ ଅତିବାହିତ କରିବେ। ଦାମ୍ପତ୍ୟ ଜୀବନ ସୁଖମୟ ହେବ। ପରିବାର ସହ ଧାର୍ମିକ ଯାତ୍ରା କରିବେ। ଦିର୍ଘ ଦିନ ଧରି ଲାଗି ରହିଥିବା କୋର୍ଟ କଚେରୀ ମାମଲାର ରାୟ ଆପଣଙ୍କ ସପକ୍ଷରେ ଯିବ।
ତୁଳା:- ଶନିଙ୍କ ନକ୍ଷତ୍ର ପରିବର୍ତ୍ତନ ଏହି ରାଶିକୁ ମାଲାମାଲ୍ କରିବ। କର୍ମକ୍ଷେତ୍ରରୁ ଶୁଭଫଳ ପାଇବେ। ବ୍ୟବସାୟୀମାନେ ବଡ଼ ଡିଲ୍ ଫାଇନାଲ୍ କରିବେ। ଯେଉଁଥିରୁ, ଅପ୍ରତ୍ୟାଶିତ ଲାଭ ମିଳିବ। କର୍ମକ୍ଷେତ୍ରରୁ ପଦୋନ୍ନତି ମିଳିବା ସହ ଦରମା ବଢିବ। ଯେଉଁମାନେ ଦିର୍ଘ ଦିନ ହେବ ଚାକିରି ଖୋଜୁଛନ୍ତି। ସେମାନଙ୍କୁ କୌଣସି ଏକ ଭଲ କମ୍ପାନୀରୁ ଚାକିରି ନେଇ ଅଫର ମିଳିବ। ନୂଆ ଘର ଓ ଗାଡ଼ି କିଣିବାର ସ୍ବପ୍ନ ସାକାର ହେବ। ପୁରୁଣା ନିବେଶରୁ ଲାଭ ପାଇବେ।ପରିବାର ସହ ହୋଇଥିବା କଳହର ସମାଧାନ ହେବ। ବନ୍ଧୁମାନଙ୍କ ସହଯୋଗରେ କୌଣସି ଏକ ଅଧୁରା କାର୍ଯ୍ୟକୁ ପୂରା କରିବେ। ପ୍ରେମୀମାନଙ୍କ ପାଇଁ ସମୟ ଖାସ୍ ରହିବ। ଏହି ସମୟରେ ନିଜ ସାଥୀଙ୍କ ଠାରୁ ଦାମୀ ଉପହାର ପାଇପାରନ୍ତି।
କୁମ୍ଭ:-ଶନିଙ୍କ ନକ୍ଷତ୍ର ପରିବର୍ତ୍ତନ ଏ-ହି ରାଶିଙ୍କ ଭାଗ୍ୟ ଉଦୟ କରିବ। ଯେଉଁମାନେ ଟଙ୍କା ବିନିଯୋଗ କରିବା ପାଇଁ ଯୋଜନା କରୁଛନ୍ତି। ସେମାନଙ୍କ ପାଇଁ ସମୟ ଖାସ୍ ରହିବ। ଏହି ସମୟରେ ଜଣେ ବିଶେଷଜ୍ଞଙ୍କ ମତ ନେଇ ବିନିଯୋଗ କଲେ ଭଲ ରିଟର୍ଣ୍ଣ ପାଇବେ। କପଡା,ସୁନା ଗହଣା ଓ ରିୟଲି-ଇଷ୍ଟେଟ୍ ବ୍ୟବସାୟୀମାନେ ବିଶେଷ ଭାବରେ ଲାଭବାନ୍ ହେବେ। କର୍ମକ୍ଷେତ୍ରରେ ସହକର୍ମୀଙ୍କ ସହ ହୋଇଥିବା ମନୋମାଳିନ୍ୟ ଦୂର ହେବ। ବିଦେଶରେ ବ୍ୟବସାୟ ବିସ୍ତାର କରିବା ପାଇଁ ସମୟ ଅନୁକୂଳ ରହିଛି। ଏ-ହି ସମୟରେ ବିଦେଶରେ ବ୍ୟବସାୟ ଆରମ୍ଭ କଲେ ଅଧିକ ଟଙ୍କା ଆରମ୍ଭ କଲେ ଅଧିକ ଟଙ୍କା ରୋଜଗାର କରିବେ। ଆଣିଥିବା ଧାର-କରଜ ଟଙ୍କାକୁ ସୁଝିବାରେ ସକ୍ଷମ ହେବେ। ଆର୍ଥିକ ସ୍ଥିତି ଭଲ ରହିବ। ପୁରୁଣା ରୋଗରୁ ମୁକ୍ତି ମିଳିବ। ପିତାମାତାଙ୍କ ସ୍ବାସ୍ଥ୍ୟ ଭଲ ରହିବ।
(Disclaimer: ଏଠାରେ ଦିଆଯାଇଥିବା ତଥ୍ୟ ଜ୍ୟୋତିଷ ଶାସ୍ତ୍ର ଉପରେ ଆଧାରିତ ଓ କେବଳ ଆପଣଙ୍କ ସୂଚନା ପାଇଁ ଦିଆଯାଇଛି। ଏହାକୁ କୌଣସି ସମାଧାନ ଭାବେ ନେବା ପୂର୍ବରୁ, ନିଶ୍ଚିତ ଭାବରେ ସମ୍ପୃକ୍ତ ବିଷୟର ଜ୍ଞାନଥିବା ଜଣେ ବିଶେଷଜ୍ଞଙ୍କ ସହିତ ପରାମର୍ଶ କରନ୍ତୁ।)