ଆସନ୍ତା ୩ ଦିନ ପର୍ଯ୍ୟନ୍ତ ବର୍ଷା ଲାଗି ରହିବ

Reporterspen

ଭୁବନେଶ୍ୱର, (ରିପୋଟର୍ସ ପେନ୍‌): ବାଂଲାଦେଶ ଉପରେ ରହିଥିବା ସକ୍ରିୟ ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ଆରମ୍ଭ ହୋଇଛି ବର୍ଷା। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ ବିଭାଗର ସୂଚନା ଅନୁସାରେ ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି ।

ଏହାର ପ୍ରଭାବରେ ରାଜ୍ୟରେ ଆସନ୍ତା ୩ ଦିନ ପର୍ଯ୍ୟନ୍ତ ବର୍ଷା ଲାଗି ରହିବ। ତେବେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଅତିପ୍ରବଳ ବର୍ଷା ହେବା ନେଇ ମୟୂରଭଞ୍ଜ, ଦେବଗଡ଼, ସମ୍ବଲପୁର ଓ କେନ୍ଦୁଝର ଜିଲାକୁ ସତର୍କ ସୂଚନା ଜାରି କରାଯାଇଛି ।

ସେହିଭଳି ୧୩ଟି ଜିଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଥିବା ନେଇ ପାଣିପାଗ ବିଭାଗ ସୂଚନା ଦେଇଛି ।ଉତ୍ତର ଓ ଆଭ୍ୟନ୍ତରୀଣ ଓଡ଼ିଶାର ସମସ୍ତ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ଜିଲ୍ଲାପାଳଙ୍କୁ ସତର୍କ ରହିବାକୁ ଏସଆରସି ପରାମର୍ଶ ଦେଇଛନ୍ତି ।

Reporterspen