ଭୁବନେଶ୍ୱର, (ରିପୋଟର୍ସ ପେନ୍) : ଲଘୁଚାପ ପ୍ରଭାବରେ ଆହୁରି ୫ ଦିନ ପ୍ରବଳ ବର୍ଷା ସମ୍ଭାବନା । ପୁରୀରେ ଆଜି ଭୀଷଣ ବର୍ଷା ପାଇଁ ରେଡ୍ ଆଲର୍ଟ ଜାରି କରାଯାଇଛି । ଆସନ୍ତାକାଲି ରଥଯାତ୍ରା ଅବସରରେ ପୁରୀରେ ପ୍ରବଳ ବର୍ଷା ସମ୍ଭାବନା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।
ଉତ୍ତର ଓଡିଶା ଓ ପଶ୍ଚିମ ବଙ୍ଗୋପସାଗର ପାର୍ଶ୍ଵବର୍ତ୍ତୀ ଉତ୍ତର ଓଡ଼ିଶା ଓ ପଶ୍ଚିମ ବଙ୍ଗୋପସାଗର ଉପକୂଳରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ୨୪ ଘଣ୍ଟା ଭିତରେ ଏହା ସ୍ପଷ୍ଟ ଚିହ୍ନିତ ଲଘୁଚାପରେ ପରିଣତ ହେବ । ଏହାର ପ୍ରଭାବରେ ଆଗାମୀ ୫ ଦିନ ପର୍ଯ୍ୟନ୍ତ ଅତ୍ୟଧିକ ପ୍ରବଳ, ପ୍ରବଳରୁ ଅତି ପ୍ରବଳ ଓ ପ୍ରବଳ ବର୍ଷା ନେଇ ଚେତାବନୀ ଦେଇଛି ପାଣିପାଗ ବିଭାଗ । ଜଗତସିଂହପୁର ଓ ପୁରୀ ଜିଲ୍ଲାରେ ଭୀଷଣ ବର୍ଷା ପାଇଁ ରେଡ୍ ଆଲର୍ଟ ଜାରି କରାଯାଇଛି । ଗଜପତି, କନ୍ଧମାଳ, ନୟାଗଡ, ବୌଦ୍ଧ, ଅନୁଗୋଳ, ଖୋର୍ଦ୍ଧା, କଟକ, ଢେଙ୍କାନାଳ, କେନ୍ଦ୍ରାପଡା, ଭଦ୍ରକ, ଯାଜପୁର, ମୟୁରଭଞ୍ଜ ଓ କେନ୍ଦୁଝରରେ ୧୩ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି ବିଭାଗ ।
ସେହିପରି ରାୟଗଡା, ଗଜପତି, କଳାହାଣ୍ଡି, ନୂଆପଡା, ବଲାଙ୍ଗୀର, ସୋନପୁର, ସମ୍ବଲପୁର, ଦେଓଗଡ, ବରଗଡ଼, ଝାରସୁଗୁଡା ଓ ସୁନ୍ଦରଗଡ ଜିଲ୍ଲାରେ ପ୍ରବଳ ବର୍ଷା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ସେହିପରି ଆସନ୍ତାକାଲି ମୟୁରଭଞ୍ଜ, କେନ୍ଦୁଝର, ଅନୁଗୁଳ, ଦେଓଗଡ, ସମ୍ବଲପୁର, ଝାରସୁଗୁଡା ଓ ସୁନ୍ଦରଗଡରେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ଅରେଞ୍ଜ ଆଲର୍ଟ ଜାରି କରିଛି ପାଣିପାଗ ବିଭାଗ । ସେହିପରି ନୟାଗଡ, ଖୋର୍ଦ୍ଧା , କଟକ, ଢେଙ୍କାନାଳ, ଜଗତସିଂପୁର, କେନ୍ଦ୍ରାପଡା, ଭଦ୍ରକ, ଯାଜପୁର, ପୁରୀ,ବାଲେଶ୍ୱର, ବୌଦ୍ଧ ଓ ବରଗଡ଼ରେ ପ୍ରବଳ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।
ଆସନ୍ତା ୧୯ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ଜାରି ରହିବ । ଓଡିଶା ଉପକୂଳରେ ମେଘୁଆ ପାଗ ସହ ୪୫ ରୁ ୫୦ କିମି ବେଗରେ ପବନ ସର୍ବାଧିକ ୬୦ କିମି ପବନ ବହିବାର ସମ୍ଭାବନାକୁ ନେଇ ସମୁଦ୍ର ଅଶାନ୍ତ ରହିବ । ୧୫ ରୁ ୧୯ ତାରିଖ ପର୍ଯ୍ୟନ୍ତ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମଧ୍ୟକୁ ଯିବାକୁ ବାରଣ କରାଯାଇଛି ।
ଆସନ୍ତକାଲି ପୁରୀରେ ରଥଯାତ୍ରା ଅନୁଷ୍ଠିତ ହେବାକୁ ଥିବା ବେଳେ ଆଜି ପୁରୀରେ ଅତ୍ୟନ୍ତ ପ୍ରବଳ ବା ଭୀଷଣ ବର୍ଷା ପାଇଁ ରେଡ୍ ଆଲର୍ଟ ଜାରି କରାଯାଇଛି । ଆସନ୍ତାକାଲି ମେଘୁଆ ପାଗ ସହ ପ୍ରବଳ ବର୍ଷା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ଏହାସହ ଆଗାମୀ ୩ ଘଣ୍ଟା ମଧ୍ୟରେ ଉପକୂଳ ଓଡ଼ିଶାର ମୟୁରଭଞ୍ଜ ଓ ଭଦ୍ରକ ବିଜୁଳି ଘଡଘଡ଼ି ବର୍ଷା ପାଇଁ ସତର୍କ ସୂଚନା ଦେଇଛି ପାଣିପାଗ ବିଭାଗ ।
ଅନ୍ୟପଟେ ଗତ ୨୪ ଘଣ୍ଟାରେ ୧୩ଟି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇଥିବା ବେବେଳେ ଥିବା ବେଳେ ପୁରୀରେ ସର୍ବାଧିକ ୧୪୩.୮ ମିମି ବର୍ଷା ରେକର୍ଡ କରାଯାଇଛି ।

