Weather News: କାଲି ଆଣ୍ଡାମାନ ଛୁଇଁବ ଦକ୍ଷିଣ ପଶ୍ଚିମ ମୌସୁମୀ

Reporterspen

Weather News: ଭୁବନେଶ୍ୱର, (ରିପୋଟର୍ସ ପେନ୍‌) : ଚଳିତଥର ମୌସୁମୀ ଶିଘ୍ର ଆସୁଛି । ଆସନ୍ତାକାଲି ଦକ୍ଷୀଣ-ପଶ୍ଚିମ ମୌସୁମୀ ବାୟୁ ଆଣ୍ଡାମାନ ଛୁଇଁବ। ଏନେଇ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ପାଣିପାଗର କେନ୍ଦ୍ରର ସୂଚନା ଅନୁସାରେ, କାଲି ଆଣ୍ଡାମାନ ଛୁଇଁବ ଦକ୍ଷିଣ ପଶ୍ଚିମ ମୌସୁମୀ। ମୌସୁମୀ ବାୟୁ ଅଗ୍ରସର ନେଇ ପାଣିପାଗ ସମ୍ପୂର୍ଣ୍ଣ ଅନୁକୂଳ ରହିଛି। ଆଣ୍ଡାମାନ ସାଗର ଓ ଦକ୍ଷିଣ ବଙ୍ଗୋପସାଗରକୁ ଛୁଇଁବ ମୌସୁମୀ।

ଅନ୍ୟପକ୍ଷରେ ତତଲା କଡ଼େଇରେ ଭାଜି ହେଉଛନ୍ତି ରାଜ୍ୟବାସୀ। ଉପକୂଳରୁ ଉତ୍ତର, ପଶ୍ଚିମରୁ ଦକ୍ଷିଣ ସବୁଠି ପ୍ରଚଣ୍ଡ ଗ୍ରୀଷ୍ମଲହରୀ ଜାରି ରହିଛି । ୧୫ ତାରିଖ ଯାଏଁ ତାତିରୁ ନିସ୍ତାର ନାହିଁ। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଏହି ଆକଳନ କରାଯାଇଛି।

ଆସନ୍ତାକାଲି ପାଇଁ ୯ ଜିଲ୍ଲାକୁ ଗ୍ରୀଷ୍ମ ପ୍ରବାହ ଓ ୧୦ ଜିଲ୍ଲାକୁ ଗରମ ଗୁଳୁଗୁଳି ନେଇ ୟେଲୋ ଚେତାବନୀ ଜାରି ହୋଇଛି। ଅନ୍ୟପକ୍ଷରେ ପ୍ରଚଣ୍ଡ ଖରା ବେଳେ ଘରୁ ନବାହାରିବା ପାଇଁ ପରାମର୍ଶ ଦିଆଯାଇଛି।

ଅନ୍ୟପକ୍ଷରେ ତତଲା କଡ଼େଇରେ ଭାଜି ହେଉଛନ୍ତି ରାଜ୍ୟବାସୀ ଉପକୂଳରୁ ଉତ୍ତର, ପୁଣି ପଶ୍ଚିମରୁ ଦକ୍ଷିଣ ସବୁଠି ଜାରି ରହିଛି ପ୍ରଚଣ୍ଡ ଗ୍ରୀଷ୍ମଲହରୀ। ୧୫ ତାରିଖ ଯାଏଁ ତାତିରୁ ନିସ୍ତାର ନାହିଁ। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଏହି ଆକଳନ କରାଯାଇଛି।

ଆସନ୍ତାକାଲି ପାଇଁ ୯ ଜିଲ୍ଲାକୁ ଗ୍ରୀଷ୍ମ ପ୍ରବାହ ଓ ୧୦ ଜିଲ୍ଲାକୁ ଗରମ ଗୁଳୁଗୁଳି ନେଇ ୟେଲୋ ଚେତାବନୀ ଜାରି ହୋଇଛି। ଅନ୍ୟପକ୍ଷରେ ପ୍ରଚଣ୍ଡ ଖରା ବେଳେ ଘରୁ ନବାହାରିବା ପାଇଁ ପରାମର୍ଶ ଦିଆଯାଇଛି।


Reporterspen
!-- afp header code starts here -->