school holiday: ୨୩ ତାରିଖ ଠାରୁ ସ୍କୁଲ୍ ଛୁଟି

Reporterspen

school holiday: ଭୁବନେଶ୍ୱର : (ରିପୋଟର୍ସ ପେନ୍‌) : ରାଜ୍ୟରେ ବର୍ତ୍ତମାନ ଚାଲିଥିବା ଭୀଷଣ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ପିଲାମାନଙ୍କ ସ୍ବାସ୍ଥ୍ୟ ସୁରକ୍ଷା ଦୃଷ୍ଟିରୁ ଅପ୍ରେଲ ୨୩ ତାରିଖ ଠାରୁ ଖରା ଛୁଟି ଘୋଷଣା କରାଯାଇଛି। ଅଙ୍ଗନବାଡି, ଶିଶୁବାଟିକା ଠାରୁ ଆରମ୍ଭ କରି ଦ୍ବାଦଶ ଶ୍ରେଣୀ ପର‌୍ୟ୍ୟନ୍ତ, ରାଜ୍ୟର ସମସ୍ତ ସରକାରୀ ଓ ବେସରକାରୀ ଶିକ୍ଷାନୁଷ୍ଠାନ ବନ୍ଦ ରହିବ। ରାଜ୍ୟ ସରକାର ଏନେଇ ଆଜି ଘୋଷଣା କରିଛନ୍ତି ।

ଉଭୟ ସରକାରୀ ଓ ବେସରକାରୀ କଲେଜ ପିଲାମାନଙ୍କ ପାଇଁ ରାଜ୍ୟ ସରକାର ଅପ୍ରେଲ ୨୩ ତାରିଖ ଠାରୁ ଅନ୍ୟାଦେଶ ପର‌୍ୟ୍ୟନ୍ତ ଛୁଟି ଘୋଷଣା କରାଯାଇଛି। ତେବେ, ଏହି ସମୟରେ ପୂର୍ବରୁ ନିର୍ଦ୍ଧାରିତ ପରୀକ୍ଷା ଗୁଡିକ ନିର୍ଦ୍ଦିଷ୍ଟ ତାରିଖରେ ହେବ ଏବଂ ସଂପୃକ୍ତ ଅଧିକାରୀମାନେ ଏଥିପ୍ରତି ଯତ୍ନବାନ ହେବାକୁ ନିର୍ଦ୍ଦେଶ ଦିଆଯାଇଛି।


Reporterspen