Shani Margi: ଶନିଦବଙ୍କ ଓଲଟା ଚଳନ, ଆଜିଠୁ ୫ରାଶିଙ୍କ ଭାଗ୍ୟ ଉଦୟ ହେବାକୁ ଯାଇଛି

Reporterspen

Shani Margi : ବୈଦିକ ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ପ୍ରତ୍ୟକ ଗ୍ରହ ଏକ ନିର୍ଦ୍ଦିଷ୍ଟ ସମୟରେ ରାଶି ପରିବର୍ତ୍ତନ କରିଥାଆନ୍ତି। ଏହି କ୍ରମରେ ଶନିଦେବ ବର୍ତ୍ତମାନ ମୀନ ରାଶିରେ ଥିବା ବେଳେ ସେହି ରାଶିକୁ ପୁଣି ଥରେ ଆଜି ସକାଳ ୫ଟା ୫୦ ମିନିଟ୍ ସମୟରେ ଓଲଟା ଚଳନ କରିଛନ୍ତି। ଶନିଙ୍କ ଏହି ଓଲଚା ଚଳନ କିଛି ରାଶିଙ୍କ ପାଇଁ ବରଦାନ ପାଲଟିବ। ଯଦି ଜାତକରେ ଶନିଙ୍କ ସ୍ଥିତି ମଜବୁତ୍ ଥାଏ। ତେବେ, ବ୍ୟକ୍ତି ଜୀବନରେ ସମସ୍ତ ପ୍ରକାର ସୁଖ-ସମୃଦ୍ଧି ପ୍ରାପ୍ତ କରିବା ସହିତ କ୍ୟାରିୟରରେ ଅଗ୍ରଗତି କରିଥାଏ। ତେବେ,ଆସନ୍ତୁ ଜାଣିବା ଶନିଦେବଙ୍କ କୃପାରୁ କେଉଁସବୁ ରାଶିଙ୍କ ଭାଗ୍ୟ ଆଜିଠୁ ଉଦୟ ହେବାକୁ ଯାଇଛି।…

ମେଷ:- ଶନିଙ୍କ ଓଲଟା ଚଳନ ଏହି ରାଶି ପାଇଁ ବେଶ୍ ଫଳଦାୟୀ ପ୍ରମାଣିତ ହେବ। ବିଶେଷକରି, ଆର୍ଥିକ ସ୍ଥିତିରେ ପରିବର୍ତ୍ତନ ଆସିବ। ଯେଉଁମାନେ ଦିର୍ଘ ଦିନ ହେବ ଚାକିରି ଖୋଜୁଛନ୍ତି। ସେମାନଙ୍କ ପାଇଁ ସମୟ ଅନୁକୂଳ ରହିବ। ଏହି ସମୟରେ କୌଣସି ଏକ କମ୍ପାନୀରୁ ଭଲ ଚାକିରି ନେଇ ଅଫର ପାଇବେ। ବ୍ୟବସାୟରେ ଲାଗି ରହିଥିବା ମାନ୍ଦାବସ୍ଥା ଦୂର ହେବ। ବାକି ପଡିଥିବା ଟଙ୍କା ପାଇବେ। ଅଧା ପଡି ରହିଥିବା କାର୍ଯ୍ୟକୁ ଶେଷ କରିବାରେ ସକ୍ଷମ ହେବେ। ପ୍ରତ୍ୟକ କାର୍ଯ୍ୟ କରିବାକୁ ମନ ଭିତରେ ଆତ୍ମ ବିଶ୍ବାସ ବୃଦ୍ଧି ପାଇବ। ଯେଉଁମାନେ ବିଦେଶରେ ପାଠ ପଢିବା ପାଇଁ ସ୍ବପ୍ନ ଦେଖୁଛନ୍ତି, ସେମାନଙ୍କ ଆଶା ପୂରା ହେବ। ଦିର୍ଘ ଦିନ ଧରି ଲାଗି ରହିଥିବା କୋର୍ଟ-କଚେରୀ ମାମଲାର ରାୟ ଆପଣଙ୍କ ସପକ୍ଷରେ ଯିବ। ପରିବାର ସହ ବିଦେଶ ଯାତ୍ରା କରିବେ। ପ୍ରେମୀମାନଙ୍କ ପାଇଁ ସମୟ ଖାସ୍ ରହିବ।

ତୁଳା:-ଶନିଙ୍କ ଓଲଟା ଚଳନ ଏହି ରାଶି ପାଇଁ ବେଶ୍ ଲାଭଦାୟୀ ରହିବ। ଆର୍ଥିକ ସ୍ଥିତି ମଜବୁତ୍ ହେବ। ବିଶେଷକରି, କର୍ମକ୍ଷେତ୍ରରେ ମଧ୍ୟରେ ଦିର୍ଘ ଦିନ ଧରି ଚାଲିଥିବା ବିବାଦର ଅନ୍ତ ଘଟିବ। ପଦୋନ୍ନତି ମିଳିବା ସହିତ ଦରମା ବଢିବ। ଯେଉଁମାନେ ନୂଆ ବ୍ୟବସାୟ ଆରମ୍ଭ କରିବା ପାଇଁ ଯୋଜନା କରୁଛନ୍ତି। ସେମାନଙ୍କ ପାଇଁ ସମୟ ଅନୁକୂଳ ରହିବ। ଏହି ସମୟରେ ନୂଆ ବ୍ୟବସାୟ ଆରମ୍ଭ କଲେ ଅଧିକ ଲାଭ ପାଇବେ। ପ୍ରେମ ବିବାହରେ ଆସୁଥିବା ବାଧାବିଘ୍ନ ଦୂର ହେବ। ପିତାମାତାଙ୍କ ସହିତ ଧାର୍ମିକ ଯାତ୍ରା କରିବେ। ନୂଆ କରି ବିବାହ କରିଥିବା ଲୋକେ ପିତାମାତା ହେବାର ସୌଭାଗ୍ୟ ଲାଭ କରିବେ। କ୍ୟାରିୟରରେ ଲାଗି ରହିଥିବା ଅସ୍ଥିରତା ଦୂର ହେବ। ଦାମ୍ପତ୍ୟ ଜୀବନ ସୁଖମୟ ହେବ।

ଧନୁ:-ଶନିଙ୍କ ଓଲଟା ଚଳନ ଏହି ରାଶିଙ୍କ ଭାଗ୍ୟ ଉଦୟ କରିବ। ବିଶେଷକରି, ଆର୍ଥିକ ସ୍ଥିତି ଭଲ ରହିବ। ପୁରୁଣା ନିବେଶରୁ ଲାଭ ମିଳିବ। କର୍ମକ୍ଷେତ୍ରରେ ବରିଷ୍ଠ ଅଧିକାରୀଙ୍କ ପ୍ରିୟପାତ୍ର ହେବା ସହ ସମ୍ମାନୀତ ହେହ। କଠିନ ପରିଶ୍ରମର ଫଳ ପାଇବେ। ବ୍ୟବସାୟରେ ନୂଆ ଯୋଜନାକୁ କାର୍ଯ୍ୟକାରୀ କରି ଅଧିକ ଟଙ୍କା ରୋଜଗାର କରିବାକୁ ସକ୍ଷମ ହେବେ। କମ୍ପିଟେଟିଭ୍ ଏକଜାମ୍ ପାଇଁ ପ୍ରସ୍ତୁତ ହେଉଥିବା ଛାତ୍ରଛାତ୍ରଙ୍କ ପାଇଁ ସମୟ ଖାସ୍ ରହିବ। ଏ-ହି ସମୟରେ ଭଲ ରେଜଲ୍ଟ କରିବେ। ଆଣିଥିବା ଧାର-କରଜ ଟଙ୍କାକୁ ସୁଝିବାରେ ସକ୍ଷମ ହେବେ। ପରିବାର ଲୋକଙ୍କ ସହ ହୋଇଥିବା ମନୋମାଳିନ୍ୟ ଦୂର ହେବା ସହ ଭଲ ସମୟ ଅତିବାହିତ କରିବେ। ଯେଉଁମାନେ ବିଦେଶ ଯାତ୍ରା କରିବାକୁ ଯୋଜନା କରିଛନ୍ତି। ସେମାନଙ୍କ ଆଶା ପୂରା ହେବ। ଦାମ୍ପତ୍ୟ ଜୀବନ ସୁଖମୟ ହେବ।

ବିଛା:-ଶନିଦେବଙ୍କ କୃପାରୁ ଏହି ରାଶିଙ୍କ ଭାଗ୍ୟରେ ବଡ଼ ପରିବର୍ତ୍ତନ ହେବାକୁ ଯାଉଛି। ବିଶେଷକରି,ବ୍ୟବସାୟୀଙ୍କ ପାଇଁ ସମୟ ଅନୁକୂଳ ରହିବ। ପାର୍ଟନରସିପ୍ ରେ ଚାଲିଥିବା ବ୍ୟବସାୟରୁ ମୋଟା ଅଙ୍କର ଲାଭ ମିଳିବ। ରିୟଲି-ଇ-ଷ୍ଟେଟ୍ ରେ କାର୍ଯ୍ୟରତ ଲୋକେ ନୂଆ ପ୍ରୋଜେକ୍ଟ ପାଇବେ। ଯେଉଁଥିରୁ ଅଧିକ ଟଙ୍କା ରୋଜଗାର କରିବେ। ଚାକିରିଆଙ୍କ ପାଇଁ ସମୟ ଖାସ୍ ରହିବ। ଏ-ହି ସମୟରେ ଚାକିରି ବଦଳାଇବା ପାଇଁ ଚେଷ୍ଟା କରୁଥିବା ଲୋକେ,ଚେଷ୍ଟା ଜାରି ରଖନ୍ତୁ,ସଫଳତା ପାଇବେ। ଧୌର୍ଯ୍ୟ ସହ କାର୍ଯ୍ୟ କରି ଚାଲନ୍ତୁ। ଯେଉଁମାନେ କୌଣସି ସଂସ୍ଥାରେ ଟଙ୍କା ବିନିଯୋଗ କରିବା ପାଇଁ ଯୋଜନା କରୁଛନ୍ତି,ସେମାନଙ୍କ ପାଇଁ ସମୟ ଖାସ୍ ରହିବ। ଏହି ସମୟରେ ଜଣେ ବିଶେଷଜ୍ଞଙ୍କ ପରାମର୍ଶ ନେଇ ବିନିଯୋଗ କରନ୍ତୁ,ଭଲ ରିଟର୍ଣ୍ଣ ପାଇବେ। ପୁରୁଣା ରୋଗରୁ ମୁକ୍ତି ମିଳିବ। ସ୍ବାସ୍ଥ୍ୟରେ ଉନ୍ନତି ଆସିବ। ପ୍ରେମୀମାନେ ନିଜ ସାଥୀଙ୍କ ସହ ଭଲ ସମୟ ଅତିବାହିତ କରିବେ।

କୁମ୍ଭ:- ଶନିଦେବଙ୍କ ପ୍ରିୟ ରାଶି ହେଉଛି କୁମ୍ଭ ରାଶି। ଶନିଦେବଙ୍କ ଓଲଟା ଚଳନ ଏହି ରାଶିଙ୍କ ଭାଗ୍ୟ ଉଦୟ କରିବ। ବିଶେଷକରି,ଆର୍ଥିକ ସ୍ଥିତି ମଜବୁତ୍ ରହିବ। ଉଭୟ ଚାକିରିଆ ଓ ବ୍ୟବସାୟୀଙ୍କ ପାଇଁ ସମୟ ଖାସ୍ ରହିବ। କର୍ମକ୍ଷେତ୍ରରେ ସହକର୍ମୀଙ୍କ ସହଯୋଗ ପାଇବେ। ପ୍ରତ୍ୟକ କାର୍ଯ୍ୟରେ ଭାଗ୍ୟର ପୂର୍ଣ୍ଣ ସମର୍ଥନ ପାଇବେ। ପ୍ରେମୀମାନଙ୍କ ପାଇଁ ସମୟ ଅନୁକୂଳ ରହିବ। ନିଜ ସାଥୀଙ୍କ ସହ ରୋମାଣ୍ଟିକ୍ ଡେଟ୍ ରେ ଯିବେ। ପରିବାର ସହ ଭଲ ସମୟ ଅତିବାହିତ କରିବେ। ନୂଆ ଘର ଓ ଗାଡି଼ କିଣିବାର ସ୍ବପ୍ନ ସାକାର ହେବ। ସ୍ବାସ୍ଥ୍ୟ ଭଲ ରହିବ। ଲଟେରୀରୁ ଲାଭବାନ୍ ହେବେ। ସ୍ବାସ୍ଥ୍ୟ ଭଲ ରହିବ।

(Disclaimer: ଏଠାରେ ଦିଆଯାଇଥିବା ତଥ୍ୟ ଜ୍ୟୋତିଷ ଶାସ୍ତ୍ର ଉପରେ ଆଧାରିତ ଓ କେବଳ ଆପଣଙ୍କ ସୂଚନା ପାଇଁ ଦିଆଯାଇଛି। ଏହାକୁ କୌଣସି ସମାଧାନ ଭାବେ ନେବା ପୂର୍ବରୁ, ନିଶ୍ଚିତ ଭାବରେ ସମ୍ପୃକ୍ତ ବିଷୟର ଜ୍ଞାନଥିବା ଜଣେ ବିଶେଷଜ୍ଞଙ୍କ ସହିତ ପରାମର୍ଶ କରନ୍ତୁ।)


Reporterspen